Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ବଜେଟ୍ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେଉଛି। ପ୍ରଥମ ଦିନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପତି ଅଭିଭାଷଣ ରଖିବେ। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆସନ୍ତା ୧୭ରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଟି ପର୍ଯ୍ୟାୟରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଆସନ୍ତା ୧୩ରୁ ୨୧ ତାରିଖ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ବସିଥିଲା। ଏଥର ବଜେଟରେ ମୋହନ ସରକାର କ’ଣ ନୂଆ କାର୍ଯ୍ୟକ୍ରମ ଓ ଘୋଷଣା କରିବେ, ତାହା ଉପରେ ସଭିଙ୍କ ନଜର ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ