Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିଲ୍ଲୀ ରେଳ ଷ୍ଟେସନରେ ଅଘଟଣ; ଦଳାଚକଟାରେ ୧୫ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନ ଦଳାଚକଟାରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ରୁ ଅଧିକ ଆହତ ହୋଇଛନ୍ତି। ଦିଲ୍ଲୀ ଅଗ୍ନିଶମ ବିଭାଗ କହିଛି ଯେ ଦଳାଚକଟା ଖବର ମିଳିବା ମାତ୍ରେ ଘଟଣାସ୍ଥଳରେ ୪ଟି ଦମକଳ ବାହିନୀ ପହଞ୍ଚିଥିଲା ଏବଂ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରୟାସ କରିଥିଲେ। ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ। ଏଥିସହିତ ଆହତଙ୍କ ଆଶୁ ଆରୋଗ୍ୟ ପାଇଁ କାମନା ମଧ୍ଯ କରିଛନ୍ତି। ସେହିପରି ଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।