Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ

ନୂଆଦିଲ୍ଲୀ: ଦିଲ୍ଲୀ ଏନସିଆରରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୦ । ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଧୋଲାକୁଆଁ ନିକଟରେ ଥିଲା। ଆଜି ସକାଳ ୫ଟା ୩୫ରେ ଭୂକମ୍ପ ହୋଇଥିଲା ବେଳେ ଦିଲ୍ଲୀ ସମେତ ୟୁପି, ବିହାର ଓ ହରିୟାଣାରେ ମଧ୍ୟ ଭୂକମ୍ପ ଝଟକା ଲାଗିଥିଲା। କେହି କିଛି ବୁଝିବା ଆଗରୁ ଭୟରେ ଥରିବା ସହ ଘରୁ ବାହାରକୁ ବାହାରି ଆସିଥିଲେ ଲୋକେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ