ଆସନ୍ତାକାଲି ମାଟ୍ରିକ ପରୀକ୍ଷା, ଆଜି ଡ୍ରାଏ ରନ୍


କଟକ: ଆସନ୍ତାକାଲି ମାଟ୍ରିକ ପରୀକ୍ଷା ହେବାକୁ ଥିବା ବେଳେ ଆଜି ହେବ ଡ୍ରାଏ ରନ୍ । ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ, ଗତକାଲି ନୋଡାଲ ସେଣ୍ଟରରେ ପହଞ୍ଚିଛି ପ୍ରଶ୍ନପତ୍ର ।

ପରୀକ୍ଷା ପୂର୍ବରୁ ଆଜି ଡ୍ରାଏ ରନ୍ କରାଯିବ । ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ଚୟନ ହୋଇଥିବା କମାଣ୍ଡ ସେଣ୍ଟର୍ ତଥା ନୋଡାଲ୍ ସେଣ୍ଟର୍ ଓ ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥାର ଅନୁଧ୍ୟାନ କରାଯିବ ।

ବୋର୍ଡ କର୍ତ୍ତୃପକ୍ଷ ଓ ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀମାନେ ୬ ଶହ କେନ୍ଦ୍ରରେ ଭିଡିଓ ଲାଇଭ୍ ବ୍ୟବସ୍ଥାର ଅନୁଧ୍ୟାନ କରିବେ । ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ସଂସ୍କୃତ ମଧ୍ୟମା ପରୀକ୍ଷା ଏକାସଙ୍ଗେ ହେଉଛି । ରାଜ୍ୟର ୩ହଜାର ୧୩୩ଟି କେନ୍ଦ୍ରର ହଲ୍ ସିସିଟିଭି ଫୋକସରେ ରହିବ । ୨୮୬ଟି ସମ୍ବେଦଶୀଳ ପରୀକ୍ଷା କେନ୍ଦ୍ର ଓ ୩୧୪ଟି ନୋଡାଲ୍ ସେଣ୍ଟରରେ ଭିଡିଓ ଲାଇଭ ହେବ । ଏହି ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍ ଭିଡିଓର ଅନୁଧ୍ୟାନ ଲାଗି ବୋର୍ଡ କାର୍ଯ୍ୟାଳୟରେ କଣ୍ଟ୍ରୋଲ୍ ରୁମ୍ କରାଯାଇଛି । ପରୀକ୍ଷା ବେଳେ କେବଳ ସେଣ୍ଟର ସୁପରିଟେଣ୍ଡ ଓ ଅବଜରଭର୍ ମୋବାଇଲ ବ୍ୟବହାର କରିପାରିବେ ।