Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା !

ମାଲକାନଗିରି: ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । କାଲିମେଳା ଥାନା ଅଞ୍ଚଳରେ ଘଟିଛି ଘଟଣା । ଆଦିବାସୀ ବିବାହିତା ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜଣଙ୍କୁ ପୋଲିସ ଅଟକ ରଖିଛି ।

ସୂଚନା ଅନୁଯାୟୀ, ମହିଳା ଜଣକ ଘରେ ଏକୁଟିଆ ଥିବା ବେଳେ ଯୁବକ ଜଣକ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଅଭିଯୁକ୍ତକୁ ଗ୍ରାମବାସୀ କାବୁ କରିବା ସହିତ ଗଛରେ ବାନ୍ଧି ନିର୍ଧୁମ ଛେଚିଥିଲେ । ଖବର ପାଇ କାଲିମେଳା ପୋଲିସ ଘଟଣାସ୍ଥଳରୁ ଯୁବକକୁ ଉଦ୍ଧାର କରି ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ