Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ବାର୍ଷିକ ଉତ୍ସବ

ବାଲିଗୁଡା, ତା, ୨୨/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୋମନାଥ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ସୁବାଷ ଚନ୍ଦ୍ର ସାମଲ, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ, ଫାଦର ଭିନେସେଣ୍ଟ ଭେଙ୍ଗରା, ପଦ୍ମ ଚରଣ ତ୍ରିପାଠୀ, ସୁଧାଂଶୁ ପ୍ରଧାନ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ସନାତନ ପରିଛା, ସତ୍ୟ ନାରାୟଣ ତ୍ରିପାଠୀ, ମଦନ ମୋହନ ପଣ୍ଡା, ଉତ୍କଳ କେଶରୀ ବିଭାର ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିବା ବେଳେ ରତ୍ନାକର ଦିଗାଳ ଧନ୍ୟବାଦ ଅର୍ପଣ କରିଥିଲେ l