ବାଲିଗୁଡା, ତା, ୨୫/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ପୋଖରୀବନ୍ଧ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି l ଜାର୍ଗୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀନାଥ ଦଣ୍ଡିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ସେବା ନିବୃତ ଶିକ୍ଷକ ବଂଶୀଧର ପଣ୍ଡା, ଶିକ୍ଷକ କାଶୀନାଥ ସାହୁ, ଜଗଦୀଶ ଚନ୍ଦ୍ର ବେହେରା, ସିଆରସିସି ସୁଶାନ୍ତ ମଳିକ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ପଦ୍ମଲୋଚନ ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଦୁର୍ଯ୍ୟୋଧନ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଶେଷରେ ପ୍ରଧାନଶିକ୍ଷକ ଶ୍ରୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
