Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୮ରୁ କଲବଲ କରିବ ତାତି

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିବ ତାତି। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ହିଟ୍ ୱେଭର ମୁକାବିଲା ଓ ଆଗୁଆ ପ୍ରସ୍ତୁତି ପାଇଁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ୨୮ ତାରିଖ ପରେ ତାତି ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛିଦିନ ହେବ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଯାହାଫଳରେ ତାତିରୁ ସାମାନ୍ଯ ଆଶ୍ବସ୍ତି ମିଳିଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ