Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପରଲୋକରେ ଉତ୍ତମ ମହାନ୍ତି:ଶୋକ ଜଣାଇ ବାବୁସାନ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର:ଓଡ଼ିଆ ଚଳଚିତ୍ର ଜଗତର ଧ୍ରୁବ ତାରା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଆଉ ନାହାଁନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।
ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।
୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ।
ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ତାଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ
ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଉତ୍ତମଙ୍କୁ ରାଷ୍ଟ୍ରୀୟ ସମ୍ମାନ ସହିତ ଅନ୍ତିମ ସଂସ୍କାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଅଭିନେତାଙ୍କ ସହିତ ଅତ୍ୟନ୍ତ ଭଲ ସମ୍ପର୍କ ଥିଲା ଏବଂ ତାଙ୍କ ଅନେକ ସିନେମା ତାଙ୍କୁ ପ୍ରଭାବିତ କରିଛି। ତାଙ୍କ ମରଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଦିଗରେ ସମସ୍ତ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖମନ୍ତ୍ରୀ ବାବୁସାନଙ୍କୁ କହିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ