ବୀରମହାରାଜପୁର ର ବିଭିନ୍ନ ବିଦ୍ୟାଳୟ ରେ ଜାତୀୟ ବିଜ୍ଞାନ ଦିବସ ପାଳିତ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ମହାନ ବୈଜ୍ଞାନିକ ଚନ୍ଦ୍ରଶେଖର ଭେଙ୍କଟରମଣ ଏହି ଦିନ ତାଙ୍କର ପୃଥିବୀ ପ୍ରସିଦ୍ଧ ‘ରମଣ ପ୍ରଭାବ’ ଆବିଷ୍କାର କରିଥିବାବେଳେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ତାଙ୍କୁ ମନେ ପକାଇବା ସହ ସମାଜ ଓ ମାନବ ଜୀବନ ପ୍ରତି ବିଜ୍ଞାନର ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ । ଏ ଅବସରରେ ଆଜି କେନ୍ଦୁପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟିତ୍ରୀ ଇନ୍ଦିରା ମିଶ୍ର ଅଧ୍ୟକ୍ଷତା କରିଥିଲେ । ଶିକ୍ଷକ ସିତାଂଶୁ ଶେଖର ଖମାରୀ ସଭାର ସଂଯୋଜନା କରିଥିଲେ। ବିଜ୍ଞାନ ଭିତ୍ତିକ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଷ୍ଟମ ଶ୍ରେଣୀର କାହ୍ନା ମେହେର ପ୍ରଥମ, ସପ୍ତମ ଶ୍ରେଣୀର ମହେଶ ମେହେର ଦ୍ଵିତୀୟ ଓ ଷଷ୍ଠ ଶ୍ରେଣୀର ରୋହନ ମେହେର ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ଆର୍ତ୍ତତ୍ରାଣ ବିଶି , ଅର୍ପିତା ହୋତା , ଅମରେଶ ତ୍ରିପାଠୀ , ରଶ୍ମିତା ମେହେର , ଦେବାଶିଷ ମିଶ୍ର ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଏଥିରେ ସହଯୋଗ କରିଥିଲେ । ଶିକ୍ଷକ ଦିବ୍ୟରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସେହିଭଳି ଆଜି ବଡକିରlସିରା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଗୋପାଳ ସେଠୀ ଅଧ୍ୟକ୍ଷତା କରିଥିଲେ । ଏଥିରେ ଚୁପକାଦଦର ସ୍କୁଲର ପ୍ରଧାନ ଶିକ୍ଷକ ସଦାନନ୍ଦ ସାହୁ ମୁଖ୍ୟ ଅତିଥି ଓ ବଡବର୍ଡାକଟା ସ୍କୁଲର ବିଜ୍ଞାନ ଶିକ୍ଷକ ଶୁଭ୍ରାଂଶୁ ପଧାନ ମୁଖ୍ୟବକ୍ତା ଭାବେ ଯୋଗଦେଇ ଜୀବ ଜଗତ ଉପରେ ବିଜ୍ଞାନର ପ୍ରଭାବ ତଥା ରାଷ୍ଟ୍ରର ବିକାଶରେ ବିଜ୍ଞାନ ଉପରେ ଆଲୋଚନା କରିଥିଲେ । ମୀତାରାଣୀ ସେଠ ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଅକ୍ଷୟ ମହେର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଶିକ୍ଷକ ଗଜେନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ଅକ୍ଷୟ ରାଏ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଜ୍ଞାନ ଭିତ୍ତିକ ନାଟକ ପରିବେଷିତ ହୋଇଥିଲା ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।