Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସାପଲତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ କଠୋର ପରିଶ୍ରମ ହିଁ ସଫଳତାର ଚାବିକାଠି

ସମ୍ବଲପୁର : ଜମନକିରା ବ୍ଲକ ମୁଣ୍ଢେନପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାପଲତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗତକାଲି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷା ଡା.ଗୀତାଞ୍ଜଳି ଭୋଇ ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ଲିଲି ସିଂ ଯୋଗ ଦେଇ କଠୋର ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି ଆଲୋଚନା ମାଧ୍ୟମରେ ଛାତ୍ର ଛାତ୍ରୀଙ୍କୁ ବୁଝାଇଥିଲେ। ସମ୍ମାନିତ ଅତିଥି ମାନଙ୍କ ମଧ୍ୟରେ ଜମନକିରା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବକୀ ନାୟକ, ଜମନକିରା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଶ୍ରୀକାନ୍ତ ପଟେଲ, ମୁଣ୍ଢେନପାଲି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ସୋହେଲା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଜକୁମାର ଭୋଇ ଉପସ୍ଥିତ ରହି ତାଙ୍କର ବହୁମୂଲ୍ୟ ଅଭିଭାଷଣ ପ୍ରଦାନ କରିଥିଲେ। ସଭାକାର୍ଯ୍ୟ ପୂର୍ବରୁ ସ୍ଵାଗତ ସଙ୍ଗୀତ ଓ ପ୍ରଧାନ ଶିକ୍ଷକ ରାଜକିଶୋର କୁମୁଁରାଙ୍କ ବାର୍ଷିକ ବିବରଣୀ ପଠନ କାର୍ଯ୍ୟକ୍ରମ ହୋଇଥିଲା। ଅତିଥିମାନଙ୍କ ସମ୍ଭାଷଣ ପରେ କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା। ପରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଉତ୍ସବକୁ ସଫଳ ରୂପାୟନ କରିବା ପାଇଁ ବିଦ୍ୟାଳୟ ଶିକ୍ଷକ ସରୋଜ ନାଥ, ଉପେନ୍ଦ୍ର ମଲ୍ଲିକ ତଥା ଶିକ୍ଷୟିତ୍ରୀ ମଧୁମିତା ସାହୁ ସକ୍ରିୟ ଅଂଶଗ୍ରହଣ କରି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ