ମୁର୍ଷୁଣ୍ଢୀ ରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ର ନୂତନ କୋଠା ଉଦଘାଟିତ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟ ଅନ୍ତର୍ଗତ ମୁଶୁଣ୍ଡି ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ର ନବ ନିର୍ମିତ ନୂତନ କୋଠା ଉଦଘାଟିତ ହୋଇଯାଇଛି । ଏହି ନୂତନ କୋଠା କୁ ରାଜ୍ୟ ସରକାର ଙ୍କ ପଞ୍ଚାୟତ ରାଜ, ପାନୀୟ ଜଳ ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ ଉଦଘାଟନ କରି ଜନସାଧାରଣ ଙ୍କ ଉଦ୍ଦେଶ୍ୟ ରେ ଲୋକାର୍ପିତ କରିଥିଲେ l ରାଜ୍ୟ ସରକାରଙ୍କ ସ୍ଵାସ୍ଥ୍ୟ ସମସ୍ୟାର ସମାଧାନ ପାଇଁ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଲୋକଙ୍କ ପାଖରେ ପହଞ୍ଚାଇ ପାରିବ ବୋଲି ମନ୍ତ୍ରୀ ଶ୍ରୀଯୁକ୍ତ ନାୟକ କହିଥିଲେ । ଅନ୍ୟ ମାନଂକ ମଧ୍ୟରେ ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂଦେଓ , ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା , ଜିଲ୍ଲାପାଳ ଅନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଉପଖାଣ୍ଡ ଚିକିତ୍ସାଳୟ ର ବିଭିନ୍ନ କର୍ମଚାରୀ ସହଯୋଗ କରିଥିଲେ l