Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ। ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା ଏବଂ ଏସ୍‌ଆଇ ପରୀକ୍ଷା ଗୋଟିଏ ଦିନରେ ଦୁଇ ଦୁଇଟି ପରୀକ୍ଷା ଥିବାରୁ ଆଶାୟୀ ପ୍ରାର୍ଥୀମାନେ କେଉଁ ପରୀକ୍ଷା ଦେବେ ଚିନ୍ତାରେ ଥିଲେ । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି। ଅପରପକ୍ଷରେ ନୂଆ ତାରିଖ ଜାଣିବା ପାଇଁ ଓଡିଶା ପୋଲିସ ୱେବସାଇଟ ଚେକ୍ କରିବାକୁ କୁହାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ