Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ତାଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି। ଏବେ ସେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୧୯ ଜାନୁଆରୀ ୨୦୨୫ରେ ଅବସର ନେଇଥିଲେ । ଯାହା ପରେ ଏହି ପଦବୀ ଖାଲି ପଡ଼ିଥିଲା ।

ଅପରପକ୍ଷରେ ଜଷ୍ଟିସ ହରିଶ ଟଣ୍ଡନ ଏବେ ସର୍ବଭାରତୀୟ ସ୍ତରରେ ସପ୍ତମ ବରିଷ୍ଠ ହାଇକୋର୍ଟ ବିଚାରପତି ଅଟନ୍ତି ।୧୯୬୪ ମସିହା ନଭେମ୍ବର ୧୬ ରେ ଜଷ୍ଟିସ ଟଣ୍ଡନଙ୍କର ଜନ୍ମ । ୨୦୧୦ ଏପ୍ରିଲ ୧୩ ତାରିଖରେ କଲିକତା ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା ।