Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଇସିସି ଚାମ୍ପିଅନ୍ସ ଟ୍ରଫି; ୩ୟ ଥର ପାଇଁ ଟାଇଟଲ ହାତେଇଲା ଭାରତ

ଦୁବାଇ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ତୃତୀୟ ଥର ପାଇଁ ଟାଇଟଲ ଜିତିଛି।

ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ୪ ୱିକେଟ୍‌ରେ ପରାସ୍ତ କରିଛି। ଭାରତ ସପ୍ତମ ଥର ପାଇଁ ଆଇସିସି ଟୁର୍ଣ୍ଣାମେଣ୍ଟ ଜିତିଲା।

ଆଇସିସି ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୭ ୱିକେଟ୍ ହରାଇ ୨୫୧ ରନ୍ କରିଥିଲା। ଏହାର ଜବାବରେ ଭାରତ ୪୯ ଓଭରରେ ୬ ୱିକେଟ୍ ହରାଇ ୨୫୪ ରନ୍ କରିଥିଲା। ଏଥିସହିତ ଟୁର୍ଣ୍ଣାମେଣ୍ଟରେ ବାଜିମାତ କରିଛି ଭାରତ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ