Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ଭାରତର ବିଜୟ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ତୃତୀୟ ଥର ପାଇଁ ଟାଇଟଲ ଜିତିଛି।ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ୪ ୱିକେଟ୍‌ରେ ପରାସ୍ତ କରିଛି।

ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟିମ୍ ଇଣ୍ଡିଆକୁ ଏକ୍ସରେ ଅଭିନନ୍ଦନ ଜଣାଇ କହିଛନ୍ତି ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତି ଘରକୁ ଆଣୁଥିବା ଆମ କ୍ରିକେଟ ଦଳ ପାଇଁ ଗର୍ବିତ। ଅପରପକ୍ଷରେ ଟିମ ଇଣ୍ଡିଆକୁ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ଯ ଶୁଭେଚ୍ଛା ଜଣାଇଛନ୍ତି। 

ସୂଚନାଯୋଗ୍ୟ, ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଂଟେନର ଟସ ଜିତି ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଥିଲେ । ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୭ ୱିକେଟ୍ ହରାଇ ୨୫୧ ରନ୍ କରିଥିଲା। ଏହାର ଜବାବରେ ଭାରତ ୪୯ ଓଭରରେ ୬ ୱିକେଟ୍ ହରାଇ ୨୫୪ ରନ୍ କରିଥିଲା। ଏଥିସହିତ ଟୁର୍ଣ୍ଣାମେଣ୍ଟରେ ବାଜିମାତ କରିଛି ଭାରତ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ