ବିଭିନ୍ନ ୩୮ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ଉଲୁଣ୍ଡା : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର, ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ , ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦୁଇ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ଦୁଇ ଗୋଟି ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ଉଲୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
