Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରା ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ଜମନକିରା : ଆଜି ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦର ଏବଂ ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ମିଳିତ ଜନ ଅଭିଯୋଗ ଶୁଣାଣି ଠାରେ ମୋଟ ୪୮ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୨୯ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ ୧୯ଟି ଗୋଷ୍ଠିଗତ ସମସ୍ୟା ଗ୍ରାମୀଣ ସହିତ ଜଡିତ ଥିଲା। ଆଜି ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଠାରେ ୧ ଜଣ ହିତାଧିକାରୀଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ। ୩ ଟି ଅଭିଯୋଗ ପ୍ରତ୍ୟକ୍ଷ ଶୁଣାଣିରେ ସମାଧାନ କରାଯାଇଥିଲା। ଏଥିରେ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ପରେ ଜିଲ୍ଲାପାଳ ବଡରମା ପଞ୍ଚାୟତ ଷଣ୍ଢପଥର ରେ ଥିବା ସରକାରୀ (ଏସଏସଡି) ଉଚ୍ଚ ବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁ ଯାଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ଛାତ୍ରୀଛାତ୍ର ସହ ଆଲୋଚନା ମାଧ୍ୟମରେ ସେମାନଙ୍କ ଅସୁବିଧା ସୁବିଧା ବୁଝିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ