Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୦୨୫ ମସିହାରେ ମୋଟ ୪ଟି ପରାଗ ଓ ଗ୍ରହଣ

ଭୁବନେଶ୍ୱର: ୨୦୨୫ ମସିହାରେ ମୋଟ ୪ଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ଦୁଇଟି ଆଶିଂକ ସୂର୍ଯ୍ୟ ପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ।

ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ ତାରିଖ ରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା ଏବଂ ଉତ୍ତର ଏବଂ ଦକ୍ଷିଣ ଆଟଲାଣ୍ଟିକ୍ ମହାସାଗର ପରି ଅଞ୍ଚଳରେ ଦେଖାଯିବ ଓ ଏହା ଭାରତରୁ ଦୃଶ୍ୟମାନ ହେବ ନାହିଁ।

ଆଂଶିକ ଚନ୍ଦ୍ର ଗ୍ରହଣ ଭାରତୀୟ ସମୟ ଦିନ ୧୦ଟା ୩୯ ମିନିଟରେ ଆରମ୍ଭ ହୋଇ ପୂର୍ଣ୍ଣ ଗ୍ରହଣ ଦିନ ୧୧ ଟା ୫୬ ରୁ ଦିନ ୧.୦୧ ପର୍ଯ୍ୟନ୍ତ ଦେଖାଯିବ। ସେ ସମୟରେ ଚନ୍ଦ୍ର ସଂପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ । ଆଂଶିକ ଚନ୍ଦ୍ର ଗ୍ରହଣ ଭାରତୀୟ ସମୟ ଦିନ ୦୨ ଟା ୧୮ ମିନିଟ ରେ ଶେଷ ହେବ। ଭାରତର କୌଣସି ସ୍ଥାନରେ ଦୃଶ୍ୟମାନ ହେବ ନାହିଁ |
ଆଂଶିକ ସୂର୍ଯ୍ୟ ପରାଗ ମାର୍ଚ୍ଚ ମାସ ୨୯ ତାରିଖରେ ହେବାକୁ ଥିବା ବେଳେ ଭାରତରେ ଦୃଶ୍ୟମାନ ହେବ ନାହିଁ।

ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ – ୮ ତାରିଖରେ ସମଗ୍ର ଭାରତ ସହ ଏସିଆର ଅନ୍ୟ ଦେଶ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ମଧ୍ୟ ଦୃଶ୍ୟମାନ ହେବ।

ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟ ପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକା ରେ ଦୃଶ୍ୟମାନ ହେବ ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ