Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମରିସସ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସରେ ପହଞ୍ଚିଛନ୍ତି ଏବଂ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଥିଲା।

ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତର ଉଦ୍ଦେଶ୍ୟ ହେଉଛି ଭାରତ ଏବଂ ମରିସସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା। ଏଥିସହିତ ଭାରତ ମହାସାଗରରେ ଭାରତର ଉପସ୍ଥିତିକୁ ଅଧିକ ପ୍ରଭାବଶାଳୀ କରିବା।

ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମରିସସ ପ୍ରଧାନମନ୍ତ୍ରୀ ତାଙ୍କ ଦେଶ ଗସ୍ତ ପାଇଁ ନିମନ୍ତ୍ରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଦିନ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଏହା ସହିତ ଭାରତୀୟ ନୌସେନା ଜାହାଜ ସହିତ ଭାରତୀୟ ପ୍ରତିରକ୍ଷା ବାହିନୀର ଏକ ଦଳର ସମାରୋହରେ ମଧ୍ଯ ସାମିଲ ହେବେ ବୋଲି ଜଣାପଡିଛି।

ତେବେ ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ସ୍ୱାକ୍ଷରିତ ହୋଇପାରେ ବୋଲି ଆଶା କରାଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ