Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ଆରମ୍ଭ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା।ଏହି କର୍ମଶାଳାରେ ପ୍ରତ୍ୟେକ ଜିଲ୍ଲାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌, ସମ୍ଭାବ୍ୟ ଲକ୍ଷପତି ଦିଦି ଓ ଲକ୍ଷପତି ଦିଦି ପ୍ରମୁଖ ଉପସ୍ଥିତ ରହିବେ ।

ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ଏହି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ତୃଣମୂଳ ସ୍ତରରେ କେଉଁଭଳି ଅଧିକରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି ପାଇଁ ଉପଯୁକ୍ତ ପ୍ରଶିକ୍ଷଣ ଦେବେ କମ୍ୟୁନିଟି ସପୋର୍ଟ ଷ୍ଟାପ।

୨୦୨୭ ସୁଦ୍ଧା ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏହାଛଡ଼ା ଯେଉଁ ମହିଳାମାନେ ଲକ୍ଷପତି ଦିଦି ହୋଇସାରିଛନ୍ତି ସେମାନେ ଏହି କର୍ମଶାଳରେ ପ୍ରେରଣାଦାୟୀ ଆଲୋଚନାରେ ଭାଗ ନେବା ସହ ଅନ୍ୟମାନଙ୍କୁ ଉତ୍ସାହିତ କରିବେ।