Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାଗୃତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି

ଭୁବନେଶ୍ୱର: ଦୀର୍ଘ ଦିନର ସମ୍ପର୍କ ପରେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଜାଗୃତି ଶୁକ୍ଳାଙ୍କୁ ବିବାହ କରିଛନ୍ତି। ଅଗ୍ନିକୁ ସାକ୍ଷୀ ରଖି ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ ଓ ଜାଗୃତି । ଉଭୟଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକ ମାନେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି। ଏହା ପୂର୍ବରୁ ଅନୁଭବ ମହାନ୍ତିଙ୍କ ବର ବେଶର ଫଟୋ ସୋସିଆଲ ମିଡ଼ିଆରେ ଖୁବ୍ ଭାଇରାଲ ହୋଇଥିଲା। ତେବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ପରେ ଅନୁଭବ ଜାଗୃତି ଶୁକ୍ଳାଙ୍କୁ ବିବାହ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ