ବାଲିଗୁଡା, ତା, ୧୩/୦୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l କ୍ଲଷ୍ଟର ସିଆରସିସି ରମେଶ ଚନ୍ଦ୍ର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲଣ୍ଡାଗାଁ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗବନ୍ଧୁ ନାୟକ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ଏଥିରେ ଲଣ୍ଡାଗାଁ ଓ ପୁରୁଭଟ୍ଟା କ୍ଲଷ୍ଟରର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ପ୍ରଦର୍ଶନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଶେଷରେ ସିଆରସିସି ଶ୍ରୀ ସୁବୁଦ୍ଧି ଧନ୍ୟବାଦ ଅର୍ପଣ କରିଥିଲେ l
କ୍ଲଷ୍ଟର ସ୍ତରୀୟ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
