Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାର୍ଚ୍ଚ ୩୦ରେ ଅନ୍ତଦୋୟ ଗୃହ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ମାର୍ଚ୍ଚ ୩୦ ତାରିଖରେ ଅନ୍ତଦୋୟ ଗୃହ ଯୋଜନାର ହେବ ଶୁଭାରମ୍ଭ। କଳାହାଣ୍ଡି ଜିଲ୍ଲାରୁ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଯୋଜନାରେ ଭିନ୍ନକ୍ଷମ, ବିଧବା, ରୋଗରେ ପୀଡ଼ିତ, ସହିଦ ପରିବାର, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଲୋକେ, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘର ପୋଡିଥିବା ବ୍ୟକ୍ତି ସାମିଲ ହୋଇପାରିବେ। ସରକାର ଏହି ଯୋଜନାରେ ୫୦ ହଜାର ଲୋକଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନା ଅନୁଯାୟୀ, ଅନ୍ତଦୋୟ ଗୃହ ଯୋଜନା ପାଇବା ପାଇଁ ଅନଲାଇନ ଆବେଦନ କରିପାରିବେ । 06746817777 ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ପଞ୍ଜିକୃତ କରିପାରିବେ । ତେବେ ରାଜ୍ୟରେ ଗରିବଙ୍କୁ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି ସରକାର। ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।