ଲୁଚାବନ୍ଧ ଧନୁଯାତ୍ରା ମହୋତ୍ସବ ରେ ବହୁ ଦର୍ଶକ ଙ୍କ ଗହଳି


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅଧିନସ୍ଥ ହିଲୁଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୁଚାବନ୍ଧ ଦୋଳ ମଣ୍ଡପ ରେ ଅନୁଷ୍ଠିତ ହେଉଥିବା କଂସ ଦରବାର ଗୁରୁବାର ଥିଲା ପଞ୍ଚମ ରଜନୀ l ସଭାପତି ବିକାଶ କଳତା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ସରପଞ୍ଚ ସଙ୍ଘ ସଭାନେତ୍ରୀ ଶ୍ରୀୟା କର୍ମୀ ଯୋଗଦେଇଥିଲେ l ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ , ମହେନ୍ଦ୍ର ଜଗଦଳା , ବନିତା ସେଠି , ବୃନ୍ଦାବନ ଜଗଦଳା ସସ୍ମିତା ଦୀପ , ସପନ ପଧାନ , ବିପିନ ପଣ୍ଡା , ଗୋପାଳ ସେଠି , ପ୍ରଦୀପ ବଢିଆ , ସ୍ଵେଛାସେଵୀ ରଞ୍ଜନ ମହାକୁର ପ୍ରମୁଖ ଅଂଶ ଗ୍ରହଣ କରି ବିଭିନ୍ନ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ l ରଙ୍ଗ ମଞ୍ଚରେ ପୌରାଣିକ କଥାବସ୍ତୁ ଉପରେ ଆଧାରିତ ନାଟକ କାଲିୟ ଦଳନ, ନାରଦ ଙ୍କ ପରାମର୍ଶ କ୍ରମେ ମଥୁରା ରେ ଧନୁଯାତ୍ରା ଉତ୍ସବ ଓ ରଙ୍ଗସଭା , ଅକ୍ରୁର କୁ ଗୋପପୁର ପ୍ରେରଣ ଆଦି ମଞ୍ଚସ୍ଥ ହୋଇଥିଲା l ଉକ୍ତ ରଙ୍ଗ ମଞ୍ଚରେ ଆଞ୍ଚଳିକ କଳାକାର ମାନଙ୍କ ଦ୍ୱାରା ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ସମ୍ବଲପୁରୀ ନୃତ୍ୟ ପରିବେଷଣ ହେବା ସହ ଦର୍ଶକ ମାନେ ମିନାବଜ଼ାର ରେ ଭିଡ ଜମାଇଥିଲେ l ଉକ୍ତ ରଙ୍ଗ ମଞ୍ଚରେ ଚାଣ୍ଡୁର ମୁଷ୍ଟିକ ଭୂମିକାରେ ତଖିଲ ବାଗ , ସାରଙ୍ଗ ବାଦୀ , ଶ୍ୟାମ ବାରିକ, ପୂର୍ଣଚନ୍ଦ୍ର ଦୀପ , ଅଭିନୟ କରୁଥିବା ବେଳେ ମହା ମନ୍ତ୍ରୀ ଶୂକ୍ରାଜିତ କର୍ଣ୍ଣ ରଣl ଓ ସାଥି କଳାକାର ପାର୍ଶ୍ଵ ଅଭିନୟ କରୁଛନ୍ତି l ପୀତlବଲି ଯାତ୍ରା କମିଟି ର ମଞ୍ଚ ପରିଚାଳନା କରିଥିଲେ ଚିତ୍ତଲାଲ ଶତପଥି ଓ ବାସୁଦେବ ଗାଇଗରିଆ l ଆଦର୍ଶ କଳତା , ହେମନ୍ତ ଥପା ଦିଲ୍ଲୀପ ବଗର୍ତ୍ତୀ , ବରୁଣ ପାତ୍ର , ସୁଶୀଲ ଡାଙ୍ଗ, ବିଷ୍ଣୁ କଳତା , କଳ୍ପ ଗାଇଗରିଆ କାର୍ଯ୍ୟକ୍ରମ କୁ ପୀତlବଳୀ ଯାତ୍ରା କମିଟି ର ପ୍ରମୁଖ ସହଯୋଗ କରିଥିବା ବେଳେ ସୁରେନ୍ଦ୍ର ଡାଙ୍ଗ ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.