ଭୁବନେଶ୍ୱର: କଲବଲ କରୁଛି ଅସହ୍ୟ ତାତି। ଆଜି ପ୍ରବଳ ତାତି ଓ ଖରା ନେଇ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସମ୍ବଲପୁର, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ସୂଚନା ଅନୁଯାୟୀ, ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।
ସେହିପରି ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଜିଲ୍ଳାଗୁଡ଼ିକ ମଧ୍ୟରେ ଅନୁଗୁଳ, ସୁନ୍ଦରଗଡ଼, ସୋନପୁର ଓ ବୌଦ୍ଧ ରହିଛି। ସେହିପରି ମୟୂରଭଞ୍ଜ, ଭଦ୍ରକ, ଢେଙ୍କାନାଳ, ବଲାଙ୍ଗୀର, ଗଜପତି, କେନ୍ଦୁଝର, କଟକ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ ଏହିପରି ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪୦ ଡିଗ୍ରୀ ଟପିଛି ଓଡ଼ିଶାର ୧୩ ସହରର ତାପମାତ୍ରା । ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶର ଏକ ନମ୍ବର ସହର ପାଲଟିଛି।