Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲବଲ କରୁଛି ତାତି, ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର: କଲବଲ କରୁଛି ତାତି। ଅସ୍ତବ୍ୟସ୍ତ ଜନଜୀବନ।ଝାରସୁଗୁଡ଼ା, ସମ୍ବଲପୁର ଓ କଳାହାଣ୍ଡି ଜିଲ୍ଳାର ଅଧିକାଂଶ ଅଞ୍ଚଳରେ ଅତି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଉପକୂଳ ଅଞ୍ଚଳରେ ତାତି ୪୦ ଡିଗ୍ରୀ ନ ଛୁଇଁଲେ ବି ଅସ୍ୱାଭାବିକ ଗୁଳୁଗୁଳି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ଅଗ୍ନି ବର୍ଷା ଭଳି ସ୍ଥିତି ହୋଇପାରେ। ସେହିପରି ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।

ଗତକାଲି ବୌଦ୍ଧର ତାପମାତ୍ରା ଥିଲା ୪୩.୬ ଡିଗ୍ରୀ ସେଲସିଅସ୍ । ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଥିଲା ଦେଶର ଦ୍ବିତୀୟ ଉତ୍ତପ୍ତ ସହର।ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ