ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କଲେ ପତ୍ନୀ। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଚିଠିରେ ଉଲ୍ଲେଖ କରିଛନ୍ତି।
ଇ-ମେଲ୍ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ସ୍ୱର୍ଗତ ନବ ଦାସଙ୍କ ସ୍ତ୍ରୀ। ଏନେଇ ନବ ଦାସଙ୍କ ପୁଅ ବିଶାଳ ଦାସ ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ପୂର୍ବରୁ ସିବିଆଇ ତଦନ୍ତ ପାଇଁ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡିବ ବୋଲି ରାଜ୍ୟ ଆଇନ ମନ୍ତ୍ରୀ କହିଥିଲେ । ଏବେ ପରିବାର ପକ୍ଷରୁ ଏ ସଂକ୍ରାନ୍ତରେ ଲିଖିତ ଆବେଦନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ୨୦୨୩ ଜାନୁଆରୀ ୨୯ରେ ବ୍ରଜରାଜନଗର ଗାନ୍ଧୀ ଛକଠାରେ ନବ ଦାସଙ୍କୁ ଗୁଳି କରିଥିଲା ଏଏସଆଇ ଗୋପାଳ ଦାସ । ତେବେ ଏହି ହତ୍ୟା ଘଟଣାକୁ ୨ ବର୍ଷ ପୂରିଗଲାଣି।