Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋରାପୁଟରେ ଗୋଷ୍ଠୀ ସଂଘର୍ଷ, ୯ ଆହତ

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପଟଣା ପେଟ୍ରୋଲ ପମ୍ପ ଛକ ନିକଟରେ ଘଟିଯାଇଛି ଗୋଷ୍ଠୀ ସଂଘର୍ଷ। ଏହି ଗୋଷ୍ଠୀ ସଂଘର୍ଷରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ୯ ଜଣ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ତାଙ୍କୁ ନାରାୟଣାପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି। ତେବେ ଗୋଷ୍ଠୀ ସଂଘର୍ଷର କାରଣ ଜଣାପଡି଼ନଥିବା ବେଳେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି। ପେଟ୍ରାଲ ପମ୍ପ ନିକଟରେ ଗୋଷ୍ଠୀ ସଙ୍ଘର୍ଷ ଆରମ୍ଭ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମେଡିକାଲ, ପାଲାପୁଟ, ହରିଜନ ସାହିରେ ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ