Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ରହ୍ମପୁର ସହର ଅନ୍ତର୍ଗତ ଲାଞ୍ଜିପଲ୍ଲି ଅଂଚଳରେ ଛୁରାମାଡ଼ରେ କଣ୍ଟ୍ରାକ୍ଟର ମୃତ ଅଭିଯୁକ୍ତ ଗିରଫ

ପାରଳାଖେମୁଣ୍ଡି:୧୭/୩(ଗରୁଡ଼ ଧ୍ୱଜ ଚୌଧୁରୀ) ଛୁରା ମାଡ଼ରେ ବ୍ରହ୍ମପୁର ସହର ଅନ୍ତର୍ଗତ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ରଙ୍କ ମୃତ୍ୟୁ ଘଟିଛି । ପପୁନ ସାବତ(୩୨)ଓରଫ ଚନ୍ଦନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା ହତ୍ୟା କରିଥିବା ଅଭିଯୋଗ ହେବା ପରେ ପୁଲିସ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତ ପପୁନକୁ ଗିରଫ କରିଛି । ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗସହ ବସି କଥାହେଉଥିବା ବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ରାମ ଉଦ୍ଧାର କରାଯାଇ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା ଶୁଣିବାକୁ ମିଳୁଛି । ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚିବା ପରେ ପୁଲିସକୁ ହସ୍ତାନ୍ତର କରିଥିଲେ । ପୁଲିସ ଅଭିଯୁକ୍ତ ପପୁନକୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।ତେବେ ମୃତକ ଓ ହତ୍ୟାକାରୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା କି ନାହିଁ ତାହା ପୁଲିସର ତଦନ୍ତ ପରେ ହିଁ ଜଣାପଡ଼ିବ ବୋଲି ପୁଲିସ କହିଛି । ଅନ୍ୟପକ୍ଷରେ ହତ୍ୟା ପଛର ପ୍ରକୃତ କାରଣ ସ୍ପଷ୍ଟ କରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l