ଭୁବନେଶ୍ବର: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ସ୍ଵର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଦେବେନ୍ଦ୍ର ପ୍ରଧାନଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ ।
ସେ ସ୍ଵର୍ଗତ ଅଟଳବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ଦାୟିତ୍ୱରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତାର ମଧ୍ୟ ପରିଚୟ ଦେଇଥିଲେ । ଡକ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତାଙ୍କୁ ହରାଇଲା । ତାଙ୍କ ଆତ୍ମାର ସଦଗତି କାମନା କରିବା ସହିତ ନବୀନ ପଟ୍ଟନାୟକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ବିଜେପିର ପୂର୍ବତନ ସଭାପତି ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ନବୀନଙ୍କ ଶୋକ
