ରାୟଗଡ଼ ବ୍ଲକ ଡମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।


ପାରଳାଖେମୁଣ୍ଡି:୧୭/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ଶଙ୍କର କେରକେଟା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଡ଼ମ୍ବାଳ ଗ୍ରାମ ପଞ୍ଚାୟତ ସମେତ ଆମେଡ଼ା, ଲୋବା ଓ ତଳମୁଣ୍ଡା ପଞ୍ଚାୟତର ସମୁଦାୟ ମୋଟ- ୧୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୨ ଓ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ, ଉପ- ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି,ଶ୍ରୀ ଅନୁପ ପଣ୍ଡା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି, ଶ୍ରୀ ଅଂଶୁମାନ ମହାପାତ୍ର, ସମ୍ମତ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁକାନ୍ତ ପ୍ରଧାନ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।