Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡ.ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ) ରାଜ୍ୟ ବିଜେପିର ପୂର୍ବତନ ସଭାପତି ତଥା ପୂର୍ବଚନ କେନ୍ଦ୍ର ମନ୍ତ୍ରୀ ଡ.ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପୂର୍ତ୍ତ ବିଭାଗ ବଙ୍ଗଳାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ବର୍ଗତ ତ. ପ୍ରଧାନଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ୨ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ବିଜେପି ଦଳ ପ୍ରତି ତାଙ୍କର ଅବଦାନ ଉପରେ ଏହି ଅବସରରରେ ଆଲୋଚନା କରାଯିବା ସହିତ ସେ ଜଣ ଖୁବ୍ ଭଲ ମଣିଷ ଥିଲେ ବୋଲି ମତ ପ୍ରକାଶ ପାଇଥିଲା। ଶ୍ରଦ୍ଧାଞ୍ଜଳି ସଭାରେ ଦିଲ୍ଲୀପ ପୁରୋହିତ, ବଳରାମ ସୁନା, ପ୍ରମୋଦ କର୍ମା, କ୍ଷିରସିନ୍ଧୁ ଭୋଇ, ମୁକ୍ତିର ବାଘ ପ୍ରମୁଖଙ୍କ ବହୁ ଦଳୀୟ କର୍ମକର୍ତା ଉପସ୍ଥିତ ରହି ସର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ବେଳେ ବିଜୟ ହୋତା ସଭା ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ