Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ। ଆଜି ସକାଳୁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ତାଙ୍କର ପାର୍ଥିବ ଶରୀରକୁ ନିଆଯାଇଛି। ସୂଚନାଯୋଗ୍ୟ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ। ସେ ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।

 ୩ ଥର ବିଜେପି ରାଜ୍ୟ ସଭାପତି ରହିଥିଲେ ଦେବେନ୍ଦ୍ର ପ୍ରଧାନ। ୧୯୮୮-୯୦ ଓ ୧୯୯୦ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଭାବେ କାର୍ଯ୍ୟ କରିଥିଲେ । ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ରାଜ୍ୟ ବିଜେପି ସଭାପତି ରହିଥିଲେ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ବୃତ୍ତିରେ ଜଣେ ଡାକ୍ତର ଥିଲେ । ୧୯୬୬ ମସିହାରେ କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଏମବିବିଏସ୍ ପାସ୍ କରିଥିଲେ । ତାଙ୍କ ଘର ଅନୁଗୋଳ ଜିଲ୍ଲାର ତାଳଚେରରେ । ୧୯୭୩ରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ । ପ୍ରଧାନଙ୍କ ବିୟୋଗ ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ