Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା

କଟକ: ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା । ମଙ୍ଗଳବାର ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେବେ ପ୍ରାୟ ୧୨ହଜାର ଶିକ୍ଷକ ଶିକ୍ଷୟିତ୍ରୀ । ରାଜ୍ୟର ୧୧ ହଜାର ୮ ଶହ ହାଇସ୍କୁଲ୍‌ ଶିକ୍ଷକ ଶିକ୍ଷୟିତ୍ରୀ ମୂଲ୍ୟାୟନରେ ନିୟୋଜିତ ହୋଇଛନ୍ତି। ଏହା ବାଦ୍ ପ୍ରତି ମୂଲ୍ୟାୟନ କେନ୍ଦ୍ରରେ ୧୦ଜଣ ମୂଲ୍ୟାୟନକାରୀଙ୍କୁ ରିଜର୍ଭରେ ରଖାଯାଇଛି।

ରାଜ୍ୟରେ ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ସଵଜେକଟିଭ ଖାତା ମୂଲ୍ୟାୟନ ହେବାର ଵ୍ୟଵସ୍ଥା ହୋଇଛି । ଖାତା ଦେଖାରେ ନିୟୋଜିତ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ଆଜି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଏଥିରେ ଅବହେଳା କଲେ ଜିଲ୍ଲା ଶିକ୍ଷାଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସତର୍କ କରାଇ ଦିଆଯାଇଛି ।

ମୂଲ୍ୟାୟନ ବ୍ୟବସ୍ଥାକୁ ନେଇ ମଙ୍ଗଳବାର ଡିଇଓମାନେ ଜିଲ୍ଲାସ୍ତରରେ ସମୀକ୍ଷା କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଆସନ୍ତାକାଲିଠାରୁ ଖାତା ଦେଖା ସକାଳ ୯ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରାୟ ୧୨ ଦିନ ବ୍ୟାପୀ ମୂଲ୍ୟାୟନ ଚାଲିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ