Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ତାତିରୁ ସାମାନ୍ଯ ଆଶ୍ବସ୍ତି ମିଳିଛି। ଆସନ୍ତା ଦୁଇ ଦିନ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ଦିନର ତାପମାତ୍ରା। ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ। ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବୋହିବା ଆଶଙ୍କା। କିଛି ସ୍ଥାନରେ କୁଆ ପଥର ମାଡ଼ ସହ ବର୍ଷା ସମ୍ଭାବନା।

ସୂଚନା ଅନୁଯାୟୀ, ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ।ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପକ୍ଷରୁ ଆଲର୍ଟ କରାଯାଇଛି।