Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି। ସକାଳ ସାଢ଼େ ୬ରେ ସ୍କୁଲ ଖୋଲିଥିଲା ବେଳେ ସାଢ଼େ ୧୦ଟା ଯାଏଁ ଚାଲିବ ପାଠପଢ଼ା। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଏହି ନିୟମ ଲାଗୁ କରାଯାଇଛି। ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ।

ତେବେ ଆସନ୍ତା ଏପ୍ରିଲ୍‌ ୨ରୁ ରାଜ୍ୟରେ ସ୍କୁଲ ସକାଳୁଆ ହେବ ବୋଲି ମଙ୍ଗଳବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। କିନ୍ତୁ ପରେ ସ୍କୁଲ ନିୟମରେ ପରିବର୍ତ୍ତନ ନେଇ ଗତ ଗୁରୁବାର ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଥିଲା। ଏଥିସହ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ବିଭାଗୀୟ ସଚିବ ଚିଠି ଲେଖି ମଧ୍ଯ ସୂଚନା ଦେଇଥିଲେ। ଏପରିକି ତୁରନ୍ତ ଏହି ନିର୍ଦ୍ଦେଶକୁ ଲାଗୁ କରିବାକୁ ପରାମର୍ଶ ମଧ୍ଯ ଦିଆଯାଇଥିଲା। ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ ଉପରେ ରହୁଛି। ଦିନକୁ ଦିନ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି ।

ସେହିପରି ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ ପ୍ୟାକେଟ ମହଜୁଦ ରଖିବା ସହ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ସମୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା କ୍ଲାସରୁମ ବାହାର କାର୍ଯ୍ୟକଳାପ ଉପରେ କଟକଣା ଲଗାଯାଇଛି। ସ୍କୁଲ ଯିବାବେଳେ ପାଣି ବୋତଲ ସାଙ୍ଗରେ ଆଣିବାକୁ ପରାମର୍ଶ ମଧ୍ଯ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ