Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବି.ଏଡ୍ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବି.ଏଡ୍/ଏମ୍.ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମ ପାଇଁ ଆଡମିଶନ ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ସୂଚନା ଅନୁଯାୟୀ, ୨୫-୨୬ରେ ବି.ଏଡ୍/ଏମ. ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ। ସେହିପରି ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ।