Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ସେହିପରି କାଳବୈଶାଖୀ ନେଇ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ ହୋଇଛି।ଆଜବେଷ୍ଟସ୍ ଓ ଟାଇଲ ଘର ଭାଙ୍ଗି ଥିବା ବେଳେ ବହୁ ଲୋକ ଆହତ ହୋଇଥିଲା ବେଳେ ପ୍ରାୟ ତିନି ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରୂପ ଦେଖାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ