Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ଅତୁଳନୀୟ : ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, ତା, ୨୧/୦୩ : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର କଡିତଗା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବୁଡ଼ାଗୁଡା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କାଶୀନାଥ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସେବା ନିବୃତ ଶିକ୍ଷକ ବଂଶୀଧର ପଣ୍ଡା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ସିଆରସିସି ଫିଲିପି ଦିଗାଳ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ ପୁଞ୍ଜରୀ ମଳିକ, ମୁଖ୍ୟବକ୍ତା ଭାବେ ସେବା ନିବୃତ ଶିକ୍ଷକ ସୁରେଶ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ସିମାଞ୍ଚଳ ଦିଗାଳ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଶେଷରେ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l