Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର ଏବଂ ଶ୍ରୀନିବାସ ଉଦଗାତାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ

ଭୁବନେଶ୍ୱର : ଔପନ୍ୟାସିକା ପ୍ରତିଭା ରାୟ, କବି ସୀତାକାନ୍ତ ମହାପାତ୍ର ଏବଂ ଶ୍ରୀନିବାସ ଉଦଗାତାଙ୍କୁ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯାଇଛି । ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

୨୦୨୧ ପାଇଁ ଏହି ପୁରସ୍କାର ପ୍ରତିଭା ରାୟଙ୍କୁ ମିଳିଥିବା ବେଳେ ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର ଏବଂ ୨୦୨୩ ମସିହା ପାଇଁ ଶ୍ରୀନିବାସ ଉଦ୍‌ଗାତାଙ୍କୁ ମିଳିଛି ଏହି ସ୍ବତନ୍ତ୍ର ସମ୍ମାନ। ଏହାସହିତ ସେମାନଙ୍କୁ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଛି। ଏହା ସହ ତିନି ବର୍ଷ ପାଇଁ ୪୫ ଜଣ ବରିଷ୍ଠ ସାରସ୍ଵତ ସାଧକ ସାଧିକାଙ୍କୁ ସାହିତ୍ୟ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ ବୋଲି ଜଣାପଡିଛି।