Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଠୁଆରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ଜମ୍ମୁ: ଜମ୍ମୁ ଓ କାଶ୍ମୀରର କାଠୁଆ ଜିଲ୍ଲାର ହୀରାନଗର ସେକ୍ଟରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି।

ଅଧିକାରୀମାନେ କହିଛନ୍ତି ଯେ ଜମ୍ମୁ-କାଶ୍ମୀର ପୋଲିସର ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ ରବିବାର ସନ୍ଧ୍ୟାରେ ସାନ୍ୟାଲ୍ ଗାଁ ନିକଟରେ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଯାହା ପରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଗାଁ ହୀରାନଗର ସେକ୍ଟରରେ ସୀମାଠାରୁ ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ। ତେବେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରବଳ ଗୁଳି ଚଳାଇଥିଲେ। ଯାହାପରେ ସୁରକ୍ଷାକର୍ମୀ ପାଲଟା ଗୁଳିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ