Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୧.୩୦ ମିନିଟରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏଠାରୁ ହେଲିକପ୍ଟରରେ ନୟାଗଡ଼ ଅଭିମୁଖେ ଯାଇ କାଳିଆପଲ୍ଲୀରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ। ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ । ଏଥିପାଇଁ ଭୁବନେଶ୍ବର ସହିତ କଣ୍ଟିଲୋରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟା ୬ ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ ଓ ସେଇଠି ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୯ ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ। ବିଶ୍ବାବସୁ ଶବରରାଜାଙ୍କ ଜନ୍ମସ୍ଥାନ କାଳିଆପଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ବିଶ୍ବାବସୁ ଶବର ସମାଜ ପ୍ରତିଷ୍ଠାନର ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ଅପରପକ୍ଷରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ କମିସନରେଟ ପୋଲିସ ପକ୍ଷରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ ତିନିଜଣ ଉପାୟୁକ୍ତଙ୍କ ନେତୃତ୍ବରେ ୩ ଅତିରିକ୍ତ ଉପାୟୁକ୍ତ, ୪୦ ସହକାରୀ ପୋଲିସ ଆୟୁକ୍ତ, ୨୮ ଆଇଆଇସି, ୧୧୦ ଏସ୍‌ଆଇ ଓ ଏଏସ୍‌ଆଇ ଓ ୧୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ