Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବରଗଡ଼ର ନିଖୋଜ ନାବାଳିକାର କ୍ଷତବିକ୍ଷତ ମୃତଦେହ ବୁର୍ଲାରୁ ଉଦ୍ଧାର

ସମ୍ବଲପୁର: ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖାଯାଇଛି। ସୋମବାର ବ୍ୟବଚ୍ଛେଦ ହେବ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଅତାବିରା ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି। ନାବାଳିକା ଜଣକ ଗତ ୨୦ ତାରିଖରୁ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଅଭିଯୋଗ କରିବା ପରେ ବରଗଡ଼ ଟାଉନ ଥାନା ପୋଲିସ ଏକ ମାମଲା(ନଂ-୧୪୦/୨୫) ରୁଜୁ କରି ଅନୁସନ୍ଧାନ ଚଲାଇଥିଲା। ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଜଙ୍ଗଲରେ ମୃତଦେହ ପଡ଼ିଥିବା ନେଇ ପୋଲିସ ସୂଚନା ପାଇଥିଲା। ମୃତ ନାବାଳିକାଙ୍କ ପରିବାର ଲୋକେ ସେଠାକୁ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ବରଗଡ଼ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ, ଟାଉନ ଥାନା ଆଇଆଇସି ସତ୍ୟଜିତ୍‌ କଣ୍ଡାନକେଲ ପ୍ରମୁଖ ଘଟଣାସ୍ଥଳକୁ ପହଞ୍ଚତ୍ ତଦନ୍ତ କରିଥିଲେ।ଆଜି ଏହି ନାବାଳିକାଙ୍କ ଶବ ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ