Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟର ସବୁଠୁ ଉତ୍ତପ୍ତ ସହର ସମ୍ବଲପୁର

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ସମଗ୍ର ରାଜ୍ୟବାସୀ। ଦିନ ୧୦ଟାରେ ବି ଘରୁ ବାହରିବା ଅସମ୍ଭବ ହୋଇପଡ଼ୁଛି। ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ସମ୍ବଲପୁରରେ ସବୁଠୁ ଅଧିକ ତାପମାତ୍ର ରେକର୍ଡ ହୋଇଛି। ସବୁଠୁ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର।

ସମ୍ବଲପୁରରେ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ