ମୟୂରଭଞ୍ଜ: ଉଦଳା ଅନ୍ଵେଷା ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା । ମୃତ୍ୟୁ ଘଟଣା ପରେ ବିଳମ୍ବିତ ରାତିରେ ହଷ୍ଟେଲ ଛାଡ଼ିଛନ୍ତି ୧୭୦ ଅନ୍ତେବାସୀ ।
ଗତକାଲି ମର୍ଣ୍ଣିଙ୍ଗ ଷ୍ଟାର ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଅନ୍ଵେଷା ହଷ୍ଟେଲରୁ ଉଦ୍ଧାର ହୋଇଥିଲା । ଏହି ଘଟଣାରେ ପୋଲିସ ଓ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଗତକାଲି ହଷ୍ଟେଲରେ ଅଭିଭାବକ ବୈଠକ ଥିବାବେଳେ ନାବାଳିକାଙ୍କ ପରିବାର ଲୋକ ମଧ୍ୟ ସେହି ବୈଠକକୁ ଆସିଥିଲେ । ଅପରାହ୍ନରେ ଝିଅ ସହ କଥା ହୋଇ ଘରକୁ ଫେରିଥିଲେ । ହେଲେ ସନ୍ଧ୍ୟାରେ ପ୍ରାର୍ଥନା ସମୟରେ ସେ ଅନୁପସ୍ଥିତ ଥିଲେ । ଖୋଜାଖୋଜି ପରେ ନାବାଳିକା ଜଣଙ୍କ ତୃତୀୟ ମହଲାର ବାଲକୋନୀରେ ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା । ଅନ୍ୟ ଛାତ୍ରୀମାନେ ହଷ୍ଟେଲ ମାଟ୍ରନଙ୍କୁ କହିବା ପରେ ସମସ୍ତେ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଉଦଳା ପୋଲିସ ସହିତ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।