Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ଅସମ୍ଭାଳ ହେବ ତାତି

ଭୁବନେଶ୍ୱର: ଆଜିଠୁ ପୁଣି ଜାଳିବ ଖରା। ଅସମ୍ଭାଳ ହେବ ତାତି। ଆସନ୍ତା ୩ ଦିନ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷିବ । ତାପମାତ୍ରା ଶୁକ୍ରବାର ୪୨ ଓ ଶନିବାର ୪୩ ଡିଗ୍ରୀ ଟପିପାରେ । ଆଜି ୨ ଜିଲ୍ଲା ସମ୍ବଲପୁର ଓ ବୌଦ୍ଧକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉଭୟ ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ । 

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ପଶ୍ଚିମ ଓ ଆଭ୍ୟନ୍ତରଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୪୦-୪୧ ଡିଗ୍ରୀ ପାଖାପାଖି ରହିପାରେ। ଉପକୂଳରେ କଟକ, ଭୁବନେଶ୍ୱର, ଚାନ୍ଦବାଲିରେ ପାରଦ ୩୯ ଡିଗ୍ରୀ ରହିପାରେ । 

ତେବେ ଗତକାଲି ୪୦ ଡିଗ୍ରୀ ଡେଇଁଥିଲା ୮ ସହରର ପାରଦ। ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୧.୪ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ୪୦.୮, ବୌଦ୍ଧରେ ୪୦.୫, ସୋନପୁରରେ ୪୦.୨, ହୀରାକୁଦରେ ୪୦.୧, ସମ୍ବଲପୁର, ପାରଳାଖେମୁଣ୍ଡି, ଟିଟିଲାଗଡ଼ରେ ୪୦ ଡିଗ୍ରି, ଭୁବନେଶ୍ବର ତାପମାତ୍ରା ୩୮.୫ ଡିଗ୍ରି ରେକର୍ଡ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ