Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ବିଶ୍ଵ ନାଟ୍ୟ ଦିବସ ରେ ନାଟୁଆ ମେଳା ୨୦୨୫ ଆୟୋଜିତ

ପାରଳାଖେମୁଣ୍ଡି:୨୮/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ବିଶ୍ଵ ନାଟ୍ୟ ଦିବସ ଅବସରରେ ନାଟୁଆ ମେଳା ଆୟୋଜିତ ହୋଇଯାଇଛି, ପ୍ରଗତିଶୀଳ ନାଟ୍ୟ ସଂସ୍ଥା “ତରଙ୍ଗ ରଙ୍ଗ” ପକ୍ଷରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ଥାନୀୟ ବିଜୟ କ୍ଲବ ପରିସରରେ ମଞ୍ଚ କଳାକାର ମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ଆୟୋଜକ ତରଙ୍ଗ ରଙ୍ଗ ଅନୁଷ୍ଠାନ ସଭାପତି ନାଟ୍ୟଶ୍ରୀ ଦେବେନ୍ଦ୍ର ଦାସ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ କ୍ରିଏଟିଭ ଆର୍ଟସ୍ ସଭାପତି ନୃସିଂହ ଚରଣ ପଟ୍ଟନାୟକ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଦସ୍ୟ ଗୁରୁ ରଘୁନାଥ ପାତ୍ର ମଞ୍ଚାସିନ ଥିଲେ, ମଞ୍ଚାସୀନ ଅତିଥି ମାନେ ଓଡ଼ିଆ ଭାଷାକୁ ତଥା ଓଡ଼ିଶା କୁ ପାରଳା ମାଟି ହିଁ ପ୍ରଥମ ରଙ୍ଗମଂଚ ଓ ପ୍ରଥମ ନାଟକ ଦେଇଛି, ରଘୁନାଥ ପରିଛା ହିଁ ପ୍ରଥମ ନାଟ୍ୟକାର ବୋଲି ବିଭିନ୍ନ ପୁସ୍ତକ ରେ ଲେଖା ହୋଇଛି ତେଣୁ ପାରଳାର ଏହି ଗୌରବକୁ କେହି କେବେ ଭ୍ରମିତ କରିପାରିବେ ନାହିଁ ବୋଲି ମତ ଉପସ୍ଥାପନା କରିଥିଲେ, ଦ୍ଵୀତୀୟ ପର୍ଯ୍ୟାୟ ରେ ମଞ୍ଚ କଳାକାର ମାନଙ୍କ ମଧ୍ୟରେ ” ଆଗମୀ ଦିନରେ ନାଟକ ଓ ପରିବେଶ ସୁରକ୍ଷା ” ବିଷୟ କୁ ନେଇ ଏକ ସୁନ୍ଦର ଆଲୋଚନା ହୋଇଥିଲା। ଏଥିରେ ବିଶିଷ୍ଟ ନାଟ୍ୟଶିଳ୍ପି ମନୋଜ ପାଢ଼ୀ ମଞ୍ଚ ଅଭିନେତା ଏମ. ପୃଥିବୀ ରାଜ, ମତଙ୍ଗିନୀ ଗୂରୁ, ମମତା ପାଢ଼ୀ, ଶୁଭ୍ରାଂଶୁ ଶେଖର ପଟ୍ଟନାୟକ, ସତ୍ୟ ପଢ଼ୀୟାରୀ, ପ୍ରମୁଖ ନିଜ ମତ ଉପସ୍ଥାପନା କରିଥିଲେ। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ମଂଚ ଅଭିନେତା ଆଦର୍ଶ ଦାସ ଚଳିତ ବର୍ଷର ବିଶ୍ବ ନାଟ୍ୟ ବାର୍ତ୍ତା ପାଠ ସହ ସ୍ବାଗତ ଭାଷଣ ଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ବାଳକୃଷ୍ଣ ପାଣିଗ୍ରାହୀ, ହରିହର ପଟ୍ଟନାୟକ , ଶିବ ପ୍ରଧାନ, ସୁଜିତ୍ ପାଣିଗ୍ରାହୀ, ହର ତ୍ରିପାଠୀ ପ୍ରମୁଖ ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।