ବୀରମହlରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧୀନରେ ହିଲୁଙ୍ଗ କ୍ଲଷ୍ଟରର ମେଣ୍ଡାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଫୁଲଜିନିଆ ମାସାତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସର ପ୍ରାପ୍ତ ଶିକ୍ଷକ ଜ୍ୟୋତିର୍ମୟ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବରେ ସି. ଆର. ସି. ସି. ସୁଶୀଲ କୁମାର ପୁରୋହିତ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସବର ଆଭିମୁଖ୍ୟ ଓ ଗୁରୁ ଶିଷ୍ୟ ପରମ୍ପରା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଡାହାଣୀପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚୈତନ୍ୟ ସେଠୀ , ଲୁଚାବନ୍ଧ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନଗେନ କୁମାର ନାଏକ , ମେଣ୍ଡାମାଳ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ କବିତା ସେଠୀ , ଲୁଦୁମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନସ କୁମାର ମହାନ୍ତି , ରାଣୀପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନରଞ୍ଜନ ମିଶ୍ର ଓ ନିକଟସ୍ଥ ଅଙ୍ଗନୱାଡି କର୍ମୀ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସୁଜିତ କୁମାର ପାତ୍ର ମଞ୍ଚାସିନ ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ । ଶିକ୍ଷକ ଅମୂଲ୍ୟ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ, କଳା ଶିକ୍ଷକ ଶୁଭେନ୍ଦୁ ମେହେର ସ୍ୱାଗତ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ନାୟକ ବାର୍ଷିକ ବିବରଣୀ ପଠନ କରିଥିବାବେଳେ ଖେଳ ଶିକ୍ଷୟିତ୍ରୀ ପ୍ରତିଭା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଅତିଥିମାନେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରି “ମୋ ଖେଳଣା ମୋ ସଂସ୍କୃତି” କର୍ମଶାଳା ବୁଲି ଦେଖିଥିଲେ । ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅତିଥି ମାନେ ଉପଭୋଗ କରିଥିଲେ ।
ମେଣ୍ଡାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
