ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ ।
Utkal Divas: କାହିଁକି ପାଳନ ହୁଏ ଉତ୍କଳ ଦିବସ ?
